Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଉଦ୍‌ବେଗ ଓ ଚିନ୍ତା

ଭାବନା

ଉଦ୍‌ବେଗ ଓ ଚିନ୍ତା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଫିଲି 4:6–7କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
ପ୍ର. ପିତ 5:7ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
ଯୋହ 14:27ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ଯିଶା 41:10ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
ମାଥି 6:34ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।
ହିତୋ 12:25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
ଦ୍ଵି.ତୀମ 1:7କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
ଗୀତ 56:3ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
ଗୀତ 55:22ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
ଗୀତ 94:19ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ।
ମାଥି 11:28–30ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ଫିଲି 4:13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ଗୀତ 34:4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
ଯିହୋ 1:9ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
ଯିଶା 35:4ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର