Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବିଶ୍ୱାସଘାତ ଓ ଆଘାତ

ସମ୍ପର୍କ

ବିଶ୍ୱାସଘାତ ଓ ଆଘାତ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ମୀଖା 7:5–6ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର। କାରଣ ପୁତ୍ର ପିତାକୁ ଅମାନ୍ୟ କରେ, କନ୍ୟା ଆପଣା ମାତାର ବିରୁଦ୍ଧରେ, ପୁତ୍ରବଧୂ ଆପଣା ଶାଶୁର ବିରୁଦ୍ଧରେ ଉଠେ; ଆପଣା ପରିବାରର ଲୋକେ ମନୁଷ୍ୟର ଶତ୍ରୁ ହୁଅନ୍ତି।
ମାର୍କ 11:25ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
ଗୀତ 118:8ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
ମାଥି 6:14–15କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
ଗୀତ 34:18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ଲୂକ 6:27କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;
ଗୀତ 41:9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
ଲୂକ 21:16କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
ଲୂକ 22:48କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ?”
ରୋମୀ 12:19ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର