ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଭଗ୍ନ ହୃଦୟ
କଷ୍ଟର ସମୟ
ଭଗ୍ନ ହୃଦୟ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 13ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଗୀତ 147:3
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।ଗୀତ 34:18
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।ପ୍ରକା 21:4
ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।ଯୋହ 14:27
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।ଗୀତ 73:26
ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।ପ୍ର. ପିତ 5:10
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।ଗୀତ 55:22
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।ଦ୍ଵି.କରି 4:9
ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;ନାହୂ 1:7
ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।ଗୀତ 51:17
ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।ଯିଶା 61:1
ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;ଗୀତ 39:12
ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।ହିତୋ 12:25
ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର