ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସନ୍ତାନ
ସମ୍ପର୍କ
ସନ୍ତାନ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଗୀତ 127:3–5
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର। ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।ହିତୋ 22:6
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।ହିତୋ 17:6
ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।ମାଥି 19:14
କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”ଏଫି 6:4
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।ମାଥି 18:10
ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।ଯିଶା 54:13
ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।ତୃ. ଯୋହ 1:4
ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।ଯୋହ 16:21
ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।ମାଥି 18:1–3
ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।ଆଦି 1:28
ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”ଗୀତ 113:9
ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।କଲ 3:21
ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।ହିତୋ 13:24
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର