Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସାନ୍ତ୍ୱନା

କଷ୍ଟର ସମୟ

ସାନ୍ତ୍ୱନା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଦ୍ଵି.କରି 1:3–4ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
ରୋମୀ 12:15ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।
ଯିଶା 40:1ମୋʼ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର, ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।
ଗୀତ 34:17–18ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ଗୀତ 23:4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ମାଥି 11:28–30ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ଗୀତ 119:76ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
ମାଥି 5:4ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
ଗୀତ 119:50ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
ଯିଶା 41:10ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର