Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବିବାଦ ଓ ଶାନ୍ତି ସ୍ଥାପନ

ସମ୍ପର୍କ

ବିବାଦ ଓ ଶାନ୍ତି ସ୍ଥାପନ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ମାଥି 5:9ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।
ହିତୋ 15:1କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।
ଗୀତ 34:14ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
ଯାକୁ 4:1–2ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ? ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
ମାଥି 18:15–17ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ। କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ। ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ।
ଏଫି 4:26କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
ରୋମୀ 14:19ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।
ଦ୍ଵି.ତୀମ 2:23–24ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର। ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ;
ରୋମୀ 12:18ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
ଯାକୁ 1:19ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର