Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସନ୍ତୋଷ

ଭାବନା

ସନ୍ତୋଷ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଫିଲି 4:11–13ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି। ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି। ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ପ୍ର.ତୀମ 6:6–8ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ; କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
ଏବ୍ରୀ 13:5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
ମାଥି 6:31–33ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ। କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି। କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
ଲୂକ 12:15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”
ଦ୍ଵି.କରି 12:10ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
ଫିଲି 4:19ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
ମାଥି 6:25ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?
ହିତୋ 16:8ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ।
ଉପ 5:12ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର