Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସାହସ

କଷ୍ଟର ସମୟ

ସାହସ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଦ୍ବି.ବି 31:6ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”
ଯିହୋ 1:9ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
ଗୀତ 112:7ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
ଦ୍ଵି.ତୀମ 1:7କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
ହିତୋ 28:1କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
ଗୀତ 31:24ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।
ପ୍ର.କରି 16:13ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
ଯୋହ 16:33ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
ଗୀତ 27:14ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ଯିହୋ 1:6ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର