ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ମୃତ୍ୟୁ ଓ ମରଣ
କଷ୍ଟର ସମୟ
ମୃତ୍ୟୁ ଓ ମରଣ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଉପ 12:7
ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।ପ୍ରକା 21:4
ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।ଯୋହ 14:1–3
“ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର। ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି; ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।ଯୋହ 11:25
ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,ରୋମୀ 14:8
ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।ଲୂକ 23:43
ସେଥିରେ ସେ ତାହାକୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।”ଗୀତ 116:15
ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।ଗୀତ 23:4
ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।ଦ୍ଵି.କରି 1:3–4
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।ପ୍ର.ଥେସ 4:14
କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର