ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଋଣ ଓ ଧାର ଦେବା
ଜୀବନ ଓ କାମ
ଋଣ ଓ ଧାର ଦେବା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 22:7
ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।ରୋମୀ 13:8
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।ଦ୍ବି.ବି 23:19–20
ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେକୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ। ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।ଗୀତ 37:21
ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।ଯାତ୍ରା 22:25
ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।ହିତୋ 22:26–27
ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ। ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?ଲୂକ 14:28
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?ମାଥି 5:42
ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।ରୋମୀ 13:7
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।ହିତୋ 19:17
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।ଗୀତ 15:5
ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।ଏବ୍ରୀ 13:5
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”ଦ୍ବି.ବି 15:7
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର-ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;ଲେବୀ 25:35–37
ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ। ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ। ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।ଦ୍ବି.ବି 28:12
ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର