ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ନିଷ୍ପତ୍ତି ନେବା
ଜୀବନ ଓ କାମ
ନିଷ୍ପତ୍ତି ନେବା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 3:5–6
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ। ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।ଯାକୁ 1:5
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।ହିତୋ 11:14
ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।ଫିଲି 4:6–7
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।ହିତୋ 12:15
ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।ହିତୋ 15:22
ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।ଯିଶା 30:21
ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ, “ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।”ଗୀତ 32:8
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।ହିତୋ 18:15
ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।ହିତୋ 16:9
ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।ରୋମୀ 12:2
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।ହିତୋ 2:6
ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।ପ୍ର.ରା 3:9
ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”ହିତୋ 16:3
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।ହିତୋ 1:5
ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର