ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ନିରାଶା
ଭାବନା
ନିରାଶା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଯିହୋ 1:9
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”ଦ୍ଵି.କରି 4:8–9
ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;ଯିରି 29:11
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।ରୋମୀ 12:12
ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;ଦ୍ଵି.କରି 12:9
ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।ଯୋହ 16:33
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”ରୋମୀ 15:13
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।ଫିଲି 4:4–6
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର। ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ। କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।ରୋମୀ 8:28
ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।ଗୀତ 147:3
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।ରୋମୀ 8:31
ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?ପ୍ର.କରି 15:58
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।ଗୀତ 31:24
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।ଲୂକ 18:1
କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,ଫିଲି 4:12–13
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି। ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର