Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସନ୍ଦେହ

ବିଶ୍ୱାସ

ସନ୍ଦେହ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯାକୁ 1:6କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।
ମାର୍କ 9:24ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ।
ମାଥି 14:31ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”
ଯିହୂ 1:22ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର।
ଏବ୍ରୀ 11:6ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।
ମାଥି 21:21ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।
ମାଥି 17:20ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
ଏବ୍ରୀ 11:1ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
ମାର୍କ 4:40ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?”
ଲୂକ 12:28କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ!
ମାର୍କ 11:23ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ।
ଗୀତ 42:5ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
ମାଥି 28:17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।
ମାଥି 8:26ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର