Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଅନ୍ୟମାନଙ୍କୁ ଉତ୍ସାହ ଦେବା

ସମ୍ପର୍କ

ଅନ୍ୟମାନଙ୍କୁ ଉତ୍ସାହ ଦେବା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ପ୍ର.ଥେସ 5:11ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
ଏବ୍ରୀ 10:24–25ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
ଏଫି 4:29ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।
ହିତୋ 12:25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
ଏବ୍ରୀ 3:13କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
ଗାଲା 6:2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ପ୍ର.ଥେସ 5:14ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
କଲ 3:16ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
ହିତୋ 27:17ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
ପ୍ର.ଥେସ 4:18ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର