ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଶତ୍ରୁମାନଙ୍କୁ ପ୍ରେମ କରିବା
ସମ୍ପର୍କ
ଶତ୍ରୁମାନଙ୍କୁ ପ୍ରେମ କରିବା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଲୂକ 6:27–28
କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।ମାଥି 5:44
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,ରୋମୀ 12:20
“ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।”ହିତୋ 24:17
ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;ରୋମୀ 12:14
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।ମାଥି 5:38–39
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’ କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।ଲୂକ 23:34
ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।ହିତୋ 16:7
ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।ରୋମୀ 12:19
ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”ଲୂକ 6:35
ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।ମାର୍କ 11:25
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।ମାଥି 6:14–15
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର