ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବିଫଳତା
କଷ୍ଟର ସମୟ
ବିଫଳତା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଦ୍ଵି.କରି 12:9–10
ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।ରୋମୀ 3:23
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,ହିତୋ 24:16
ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।ଗୀତ 73:26
ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।ଫିଲି 4:13
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।ଯାକୁ 3:2
ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।ପ୍ର. ଯୋହ 1:8–9
ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ। ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।ମୀଖା 7:8
ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ।ହିତୋ 28:13
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।ଲୂକ 22:31–32
“ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି; କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”ଗୀତ 145:14
ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।ଫିଲି 3:13–14
ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର