ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବିଶ୍ୱାସ
ବିଶ୍ୱାସ
ବିଶ୍ୱାସ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଲୂକ 18:27
କିନ୍ତୁ ସେ କହିଲେ, “ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।”ରୋମୀ 10:17
ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।ଏବ୍ରୀ 11:6
ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।ମାଥି 21:22
ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”ଏବ୍ରୀ 11:1
ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।ମାଥି 21:21
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।ମାର୍କ 11:22–24
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କଠାରେ ବିଶ୍ୱାସ ରଖ। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ। ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।ଦ୍ଵି.କରି 5:7
(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),ହିତୋ 3:5–6
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ। ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।ଲୂକ 1:37
କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର