Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ପରିବାର

ସମ୍ପର୍କ

ପରିବାର ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ପ୍ର.ତୀମ 5:8କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
ଯାତ୍ରା 20:12ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
ହିତୋ 22:6ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ଯିହୋ 24:15ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”
ଆଦି 2:24ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
ଗୀତ 127:3–5ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର। ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
କଲ 3:20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
ହିତୋ 31:15–17ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ। ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ। ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
ଦ୍ଵି.କରି 12:14ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।
ହିତୋ 13:22ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
ପ୍ର. ଯୋହ 3:17–18କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
ପ୍ର.ତୀମ 5:4କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
ଆଦି 18:19ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
ମାଥି 15:4–6ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’ କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋʼଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାଆନ୍ତ, ସେ ସବୁ ‘ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,’ ‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର