ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଭୟ
ଭାବନା
ଭୟ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଦ୍ଵି.ତୀମ 1:7
କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।ଯିହୋ 1:9
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”ପ୍ର. ଯୋହ 4:18
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।ଯିଶା 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।ଗୀତ 23:4
ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।ଏବ୍ରୀ 13:6
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”ଗୀତ 34:4
ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।ଗୀତ 27:1
ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?ଯୋହ 14:27
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।ରୋମୀ 8:15
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।ଦ୍ବି.ବି 31:8
ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”ମାଥି 8:24–26
ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ। ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ। ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।ହିତୋ 29:25
ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।ଗୀତ 56:3–4
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି। ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର