ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଈଶ୍ବରଙ୍କ କ୍ଷମା
ବିଶ୍ୱାସ
ଈଶ୍ବରଙ୍କ କ୍ଷମା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ପ୍ର. ଯୋହ 1:9
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।ଏଫି 1:7
ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।ପ୍ରେରି 3:19
ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,ଦ୍ଵି.ବଂ 7:14
ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।ଏବ୍ରୀ 10:17
ଏହା କହିଲା ଉତ୍ତାରେ ସେ କହନ୍ତି, “ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”ଯିଶା 1:18
ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।ଯିଶା 55:7
ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।ପ୍ରେରି 10:43
ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।ମାଥି 6:12
ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।ଯିଶା 43:25
ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର