Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଅନ୍ୟମାନଙ୍କୁ କ୍ଷମା କରିବା

ସମ୍ପର୍କ

ଅନ୍ୟମାନଙ୍କୁ କ୍ଷମା କରିବା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ମାଥି 6:14–15କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
ଏଫି 4:32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ମାର୍କ 11:25ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
କଲ 3:13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ଲୂକ 6:37“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
ଲୂକ 6:27କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;
ଲୂକ 17:3–4ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ। ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।”
ମାଥି 18:21–22ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
ମାଥି 18:15ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।
ରୋମୀ 12:19ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”
ପ୍ର. ପିତ 3:9ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
ମାଥି 5:44କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର