ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବନ୍ଧୁତା
ସମ୍ପର୍କ
ବନ୍ଧୁତା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 18:24
ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।ହିତୋ 17:17
ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।ହିତୋ 27:17
ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।ଯୋହ 15:13
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।ହିତୋ 27:9
ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।ପ୍ର.କରି 15:33
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।ହିତୋ 16:28
କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।ହିତୋ 27:6
ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।ହିତୋ 22:24–25
ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ। କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।ହିତୋ 13:20
ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।ହିତୋ 12:26
ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।ଉପ 4:9–10
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି। ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।ହିତୋ 17:9
ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।ଆୟୁବ 6:14
କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ।ପ୍ର. ପିତ 4:8–10
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ। କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର; ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର