ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଉଦାରତା
ଜୀବନ ଓ କାମ
ଉଦାରତା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 11ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଲୂକ 6:38
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।ପ୍ରେରି 20:35
ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।ଦ୍ଵି.କରି 9:7
ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।ହିତୋ 11:24–25
କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ। ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।ହିତୋ 19:17
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।ଦ୍ଵି.କରି 9:6
କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।ପ୍ର.ତୀମ 6:17–19
ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି, ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।ଏବ୍ରୀ 13:16
ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।ପ୍ର. ଯୋହ 3:17
କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?ହିତୋ 22:9
ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।ହିତୋ 3:27
ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର