ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଈଶ୍ବରଙ୍କ ବିଶ୍ୱସ୍ତତା
ବିଶ୍ୱାସ
ଈଶ୍ବରଙ୍କ ବିଶ୍ୱସ୍ତତା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ପ୍ର. ଯୋହ 1:9
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।ଦ୍ଵି.ତୀମ 2:13
ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ।ଏବ୍ରୀ 10:23
ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;ବିଳା 3:22–23
ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ। ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।ଦ୍ବି.ବି 7:9
ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।ଦ୍ଵି.ଥେସ 3:3
କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।ପ୍ର.କରି 10:13
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।ପ୍ର.କରି 1:9
ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।ଗୀତ 91:4
ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।ଗୀତ 36:5
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।ପ୍ର. ପିତ 4:19
ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।ପ୍ର.ଥେସ 5:24
ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର