ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଈଶ୍ବରଙ୍କ ପ୍ରେମ
ବିଶ୍ୱାସ
ଈଶ୍ବରଙ୍କ ପ୍ରେମ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଯୋହ 3:16
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।ପ୍ର. ଯୋହ 4:8
ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।ପ୍ର. ଯୋହ 4:16
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।ରୋମୀ 5:8
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।ପ୍ର. ଯୋହ 3:1
ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।ସିଫ 3:17
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।ପ୍ର. ଯୋହ 4:19
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।ରୋମୀ 5:5
ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।ରୋମୀ 8:37–39
ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।ଗୀତ 86:15
ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।ଗାଲା 2:20
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।ଏଫି 2:4–5
ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,ଯିରି 31:3
“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।ଯୋହ 13:34
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର