ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଈଶ୍ବରଙ୍କ ଉପସ୍ଥିତି
ବିଶ୍ୱାସ
ଈଶ୍ବରଙ୍କ ଉପସ୍ଥିତି ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଗୀତ 16:11
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।ଯାତ୍ରା 33:14
ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”ଯିରି 29:13
ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।ଗୀତ 27:8
ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”ସିଫ 3:17
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।ଗୀତ 145:18
ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।ଏବ୍ରୀ 4:16
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।ଏବ୍ରୀ 13:5
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”ଯାକୁ 4:8
ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।ମାଥି 1:23
“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର