Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଈଶ୍ବରଙ୍କ ପ୍ରତିଜ୍ଞା

ବିଶ୍ୱାସ

ଈଶ୍ବରଙ୍କ ପ୍ରତିଜ୍ଞା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଦ୍ଵି. ପିତ 3:9ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।
ଦ୍ଵି. ପିତ 1:4ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।
ପ୍ର.କରି 10:13ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
ଫିଲି 4:19ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
ଦ୍ଵି.କରି 1:20ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍‍ କହିଥାଉ।
ପ୍ର. ଯୋହ 1:9ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ଏବ୍ରୀ 10:23ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
ରୋମୀ 6:23କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
ଏବ୍ରୀ 6:13କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
ଦ୍ବି.ବି 31:6ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର