ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ପରନିନ୍ଦା
ସମ୍ପର୍କ
ପରନିନ୍ଦା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 16:28
କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।ହିତୋ 26:20
କାଷ୍ଠ ଶେଷ ହେଲେ ଅଗ୍ନି ଲିଭିଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।ହିତୋ 20:19
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।ପ୍ର.ତୀମ 5:13
ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।ହିତୋ 11:13
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।ଲେବୀ 19:16
ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।ହିତୋ 18:8
କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।ହିତୋ 10:18
ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।ଯାତ୍ରା 23:1
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।ଯାକୁ 4:11
ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।ଗୀତ 101:5
ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।ମାଥି 12:36
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର