Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › କୃତଜ୍ଞତା

ଭାବନା

କୃତଜ୍ଞତା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ପ୍ର.ଥେସ 5:18କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
ଏଫି 5:20ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
କଲ 3:15ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
ଗୀତ 107:1ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତ 106:1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
ଯାକୁ 1:17ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
ଗୀତ 100:4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
ଫିଲି 4:6କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
କଲ 3:17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
କଲ 4:2ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
ଗୀତ 118:24ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
ଗୀତ 136:1ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ପ୍ର.ବଂ 16:34ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତ 69:30ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
ଗୀତ 28:7ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର