Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଲୋଭ

ଜୀବନ ଓ କାମ

ଲୋଭ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଏବ୍ରୀ 13:5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
ପ୍ର.ତୀମ 6:10କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
ମାଥି 6:24କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।
ଫିଲି 2:4ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।
ଲୂକ 12:15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”
ହିତୋ 28:25ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
ପ୍ର.ତୀମ 6:9ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
ଉପ 5:10ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
ହିତୋ 15:27ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
ହିତୋ 11:24କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର