ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଶୋକ ଓ ହାନି
କଷ୍ଟର ସମୟ
ଶୋକ ଓ ହାନି ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ପ୍ରକା 21:4
ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।ମାଥି 5:4
ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।ଗୀତ 34:18
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।ଗୀତ 147:3
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।ପ୍ର.ଥେସ 4:13
ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।ଦ୍ଵି.କରି 1:3–4
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।ଗୀତ 73:26
ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।ଯୋହ 16:22
ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।ଯୋହ 14:27
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।ଗୀତ 116:15
ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।ଯୋହ 11:25
ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,ରୋମୀ 8:18
କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।ଯୋହ 11:35
ଯୀଶୁ କାନ୍ଦିଲେ।ପ୍ର.ଥେସ 4:14
କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର