Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଦୋଷବୋଧ ଓ ଲଜ୍ଜା

ଭାବନା

ଦୋଷବୋଧ ଓ ଲଜ୍ଜା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 13ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ପ୍ର. ଯୋହ 1:9ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ରୋମୀ 8:1ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
ଯିଶା 54:4ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
ରୋମୀ 3:23ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
ଯିଶା 61:7ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
ପ୍ର. ଯୋହ 2:1ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
ଗୀତ 34:4–5ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
ଏବ୍ରୀ 12:2ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
ରୋମୀ 10:11ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
ରୋମୀ 5:1ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
ମୀଖା 7:19ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
ପ୍ରେରି 8:22ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ-ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇପାରେ;
ଲୂକ 15:7ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର