Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସ୍ୱାସ୍ଥ୍ୟ

ଜୀବନ ଓ କାମ

ସ୍ୱାସ୍ଥ୍ୟ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ପ୍ର.କରି 6:19–20ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
ତୃ. ଯୋହ 1:2ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
ପ୍ର.କରି 10:31ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
ହିତୋ 17:22ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
ପ୍ର.ତୀମ 4:8କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
ଯାତ୍ରା 15:26“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
ହିତୋ 3:7–8ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ। ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।
ପ୍ର.କରି 3:17ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।
ହିତୋ 16:24ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
ଆଦି 1:29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
ହିତୋ 31:17ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
ଯାତ୍ରା 23:25ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
ଯିରି 33:6ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
ଯାକୁ 5:15ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
ଯାକୁ 5:16ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର