ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ସଚ୍ଚୋଟତା
ସମ୍ପର୍କ
ସଚ୍ଚୋଟତା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 12ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 12:22
ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।ହିତୋ 12:19
ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।କଲ 3:9–10
ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;ହିତୋ 11:3
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।ଯାତ୍ରା 20:16
ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।ଦ୍ଵି.କରି 8:21
କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।ହିତୋ 19:1
ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।ଯୋହ 8:32
ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”ହିତୋ 19:9
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।ଗୀତ 101:7
ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।ଯାତ୍ରା 23:1
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।ହିତୋ 24:28
ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର