Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ପିତାମାତାଙ୍କୁ ସମ୍ମାନ କରିବା

ସମ୍ପର୍କ

ପିତାମାତାଙ୍କୁ ସମ୍ମାନ କରିବା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯାତ୍ରା 20:12ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
ଏଫି 6:1ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
ଏଫି 6:2–3କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
ଦ୍ବି.ବି 5:16ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
କଲ 3:20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
ହିତୋ 23:22ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।
ଲେବୀ 19:3ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ମାର୍କ 7:10କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
ହିତୋ 1:8ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
ମାଥି 19:19ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।”

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର