Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଆଶା

ଭାବନା

ଆଶା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯିରି 29:11କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ରୋମୀ 15:13ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
ଯିଶା 40:31ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ପ୍ରକା 21:4ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
ରୋମୀ 8:28ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
ଏବ୍ରୀ 11:1ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
ରୋମୀ 12:12ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
ରୋମୀ 15:4ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
ପ୍ର. ପିତ 1:3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
ରୋମୀ 5:5ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର