ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଆତିଥ୍ୟ
ସମ୍ପର୍କ
ଆତିଥ୍ୟ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଏବ୍ରୀ 13:2
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।ପ୍ର. ପିତ 4:9
କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;ରୋମୀ 12:13
ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।ଲେବୀ 19:34
ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।ଲୂକ 14:12–14
ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ। କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର; ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”ପ୍ରେରି 28:2
ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ।ମାର୍କ 9:41
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।ମାଥି 25:35
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;ଦ୍ବି.ବି 10:19
ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।ମାଥି 25:40
ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର