Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ନମ୍ରତା

ଜୀବନ ଓ କାମ

ନମ୍ରତା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଦ୍ଵି.ବଂ 7:14ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।
ପ୍ର. ପିତ 5:6ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
ଯାକୁ 4:6କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
ହିତୋ 22:4ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
ହିତୋ 11:2ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
ଯାକୁ 4:10ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
ମୀଖା 6:8ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
ଏଫି 4:2ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
ପ୍ର. ପିତ 5:5ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”
କଲ 3:12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର