Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ରୋଗ ଓ ସୁସ୍ଥତା

କଷ୍ଟର ସମୟ

ରୋଗ ଓ ସୁସ୍ଥତା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯାକୁ 5:14–15ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
ଗୀତ 41:3ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
ଗୀତ 103:3ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
ହିତୋ 17:22ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
ତୃ. ଯୋହ 1:2ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
ଯିରି 17:14ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।
ଯାତ୍ରା 15:26“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
ଯାତ୍ରା 23:25ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
ଯାକୁ 5:16ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ଯିରି 32:27“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?
ହିତୋ 4:20–22ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର; ମୋʼ ବାକ୍ୟରେ କର୍ଣ୍ଣ ଡେର। ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ। ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
ଯୋହ 11:4କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”
ମାର୍କ 5:26ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
ମାଥି 4:23–24ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।
ଗୀତ 30:2ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର