ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଈର୍ଷା ଓ ହିଂସା
ଭାବନା
ଈର୍ଷା ଓ ହିଂସା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 14:30
ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।ଯାକୁ 3:16
କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।ହିତୋ 27:4
କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?ଗାଲା 5:19–21
ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।ପ୍ର.କରି 3:3
ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?ପ୍ର.କରି 13:4
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,ଯାକୁ 3:14
କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।ଯାତ୍ରା 20:17
ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।ଯାକୁ 4:2–3
ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ; ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।ଆୟୁବ 5:2
କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।ଉପ 4:4
ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।ହିତୋ 23:17
ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।ପ୍ରେରି 7:9
ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,ଗାଲା 5:26
ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।ପ୍ର. ପିତ 2:1
ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର