Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଆନନ୍ଦ

ଭାବନା

ଆନନ୍ଦ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଫିଲି 4:4ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
ଗୀତ 144:15ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!
ହିତୋ 15:13ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
ହିତୋ 17:22ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
ଗୀତ 37:4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
ଉପ 3:12–13ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ। ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
ରୋମୀ 15:13ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
ରୋମୀ 12:12ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
ଗୀତ 16:11ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
ଯୋହ 16:24ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”
ଗାଲା 5:22–23କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
ଗୀତ 34:8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
ଯିଶା 26:3–4ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ। ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
ଯିରି 29:11କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର