ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ନ୍ୟାୟ
ଜୀବନ ଓ କାମ
ନ୍ୟାୟ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ମୀଖା 6:8
ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?ଲେବୀ 19:15
ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।ଯାତ୍ରା 23:1–3
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ। ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।ଦ୍ବି.ବି 1:16–17
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର। ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”ଯିଶା 1:17
ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”ଆମୋ 5:24
ମାତ୍ର ନ୍ୟାୟବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।ହିତୋ 21:15
ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।ଯିଶା 30:18
ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।ଗୀତ 33:5
ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;ଯିଶା 61:8
କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର