Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଦୟାଳୁତା

ସମ୍ପର୍କ

ଦୟାଳୁତା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଏଫି 4:32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
କଲ 3:12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।
ଲୂକ 6:35ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
ହିତୋ 11:17ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
ମାଥି 7:12ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
ମାର୍କ 6:34ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।
ପ୍ର.କରି 13:4ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
ଗାଲା 6:2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ହିତୋ 19:17ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
ପ୍ର. ଯୋହ 3:18ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର