ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଅଳସୁଆମି
ଜୀବନ ଓ କାମ
ଅଳସୁଆମି ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 10:4
ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।ଦ୍ଵି.ଥେସ 3:10
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।ହିତୋ 6:9
ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?ହିତୋ 13:4
ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।କଲ 3:23
ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;ହିତୋ 20:4
ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।ହିତୋ 6:6
ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।ହିତୋ 21:25
ଅଳସୁଆର ବାଞ୍ଛିତ ବିଷୟ ତାହାର ମୃତ୍ୟୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।ହିତୋ 18:9
ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶ କର ଭାଇ।ହିତୋ 20:13
ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।ହିତୋ 12:24
କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।ହିତୋ 14:23
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।ଦ୍ଵି.ଥେସ 3:11–12
ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ। ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ।ହିତୋ 22:13
ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।ହିତୋ 19:15
ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର