Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଏକାକୀତ୍ୱ

ଭାବନା

ଏକାକୀତ୍ୱ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯିଶା 41:10ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
ଆଦି 2:18ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
ଏବ୍ରୀ 13:5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
ଦ୍ବି.ବି 31:6ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”
ଗୀତ 27:10କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
ଗୀତ 68:5–6ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି। ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି।
ମାଥି 28:20ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”
ଗୀତ 23:4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ଗୀତ 46:1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
ଉପ 4:9–10ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି। ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
ଯିହୋ 1:9ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
ହିତୋ 18:1ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
ଏବ୍ରୀ 13:6ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”
ଗୀତ 34:18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ଯୋହ 14:18ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର