Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ପ୍ରେମ

ସମ୍ପର୍କ

ପ୍ରେମ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ପ୍ର. ଯୋହ 4:8ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
ଯୋହ 3:16କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ପ୍ର.କରି 13:4–6ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
ପ୍ର. ପିତ 4:8ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
ପ୍ର.କରି 13:13ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।
ପ୍ର.କରି 16:14ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।
ଯୋହ 13:34–35ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର। ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”
ଗାଲା 5:13କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।
ଯୋହ 15:13ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
ପ୍ର. ଯୋହ 3:18ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
ରୋମୀ 8:38–39କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
ରୋମୀ 5:8କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
ହିତୋ 10:12ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
ପ୍ର.କରି 13:7ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।
ଗାଲା 5:22–23କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର