ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ବିବାହ
ସମ୍ପର୍କ
ବିବାହ ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ଏବ୍ରୀ 13:4
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।ଆଦି 2:24
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।ହିତୋ 18:22
ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।ପ୍ର. ପିତ 3:7
ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।ଆଦି 2:18
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”ଏଫି 5:25
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,ହିତୋ 19:14
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।କଲ 3:19
ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।ମାଥି 19:4–6
ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,” ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?” “ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”ହିତୋ 31:10
ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର