ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ଟଙ୍କା
ଜୀବନ ଓ କାମ
ଟଙ୍କା ବିଷୟରେ ବାଇବେଲ କ’ଣ କହେ
ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 15ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।
ହିତୋ 22:7
ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।ଏବ୍ରୀ 13:5
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”ଲୂକ 14:28
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?ପ୍ର.ତୀମ 6:10
କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।ମାଥି 6:24
କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।ହିତୋ 13:11
ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।ହିତୋ 3:9–10
ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର। ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।ଉପ 5:10
ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।ହିତୋ 21:20
ଜ୍ଞାନବାନର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।ଲୂକ 16:11
ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?ଦ୍ଵି.କରି 9:6–7
କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।ଲୂକ 12:15
ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”ହିତୋ 27:23–24
ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର। କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?ପ୍ର.ତୀମ 6:17–19
ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି, ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।ପ୍ର.ତୀମ 5:8
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର