Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ପ୍ରତିବାସୀକୁ ପ୍ରେମ କରିବା

ସମ୍ପର୍କ

ପ୍ରତିବାସୀକୁ ପ୍ରେମ କରିବା ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 14ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଲେବୀ 19:18ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
ମାର୍କ 12:31ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।”
ମାଥି 22:39ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’
ଯାକୁ 2:8ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
ରୋମୀ 13:8–10ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି। କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
ଗାଲା 5:14କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”
ଗାଲା 6:2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ମାଥି 7:12ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
ଫିଲି 2:4ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।
ଏବ୍ରୀ 13:16ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
ପ୍ର. ଯୋହ 3:17–18କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
ପ୍ର. ପିତ 4:9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
ପ୍ର.ଥେସ 5:14ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
ହିତୋ 14:21ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର