Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ବାଇବେଲ କ’ଣ କହେ › ନୂଆ ଆରମ୍ଭ

ଜୀବନ ଓ କାମ

ନୂଆ ଆରମ୍ଭ ବିଷୟରେ ବାଇବେଲ କ’ଣ କହେ

ଏହି ବିଷୟ ପାଇଁ ପାଠକମାନେ ସବୁଠାରୁ ଅଧିକ ଯେଉଁ 10ଟି ପଦର ଆଶ୍ରୟ ନିଅନ୍ତି, ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆରୁ ସମ୍ପୂର୍ଣ୍ଣ ଉଦ୍ଧୃତ।

ଯିଶା 43:18–19“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ। ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।
ଦ୍ଵି.କରି 5:17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
ଏଫି 4:22–24ଅର୍ଥାତ୍‍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
ବିଳା 3:22–24ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ। ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ। ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”
ପ୍ର. ପିତ 1:3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
ରୋମୀ 12:1–2ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା। ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
ଉପ 3:1ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;
ପ୍ରକା 21:5ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
ଦ୍ଵି.କରି 4:16–18ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି। କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।
ଏବ୍ରୀ 12:1ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।

ଏହି ବିଷୟ ପାଇଁ ପାଠକମାନେ ପ୍ରାୟତଃ ଫେରୁଥିବା ପଦ ଏଗୁଡ଼ିକ — ଏହା ଉପରେ କୌଣସି ଶିକ୍ଷା ନୁହେଁ। ପ୍ରତ୍ୟେକଟିକୁ ତାହାର ଅଧ୍ୟାୟରେ ପଢ଼ନ୍ତୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର